ପ୍ରଶ୍ନ ୫
ବାଇବଲରେ ଆମ ପାଇଁ କʼଣ ଖବର ଅଛି ?
“ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ବୈରଭାବ ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବ ଓ ତୁମ୍ଭେ ତାହାଙ୍କ ଗୋଇଠିକି ଆଘାତ କରିବ ।”
“ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ ।”
“ତୁମ୍ଭର ରାଜ୍ୟ ଆସୁ । ଯେପରି ସ୍ୱର୍ଗରେ, ସେପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ ।”
“ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳି ପକାଇବେ ।”
“ସମସ୍ତବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ୱର ସର୍ବେସର୍ବା ହୁଅନ୍ତି ।”
“ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା . . . ଅର୍ଥାତ୍ ଖ୍ରୀଷ୍ଟଙ୍କୁ, . . . ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ ।”
“ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ ।”
“ସେଥିରେ ସର୍ବ ଜଗତର ପ୍ରବଞ୍ଚକ, ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।”
“ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧିପକାଇଲେ ।”