इस जानकारी को छोड़ दें

ସିଧାସଳଖ ବିଷୟ ସୂଚୀକୁ ଯାଆନ୍ତୁ

ପ୍ରଶ୍ନ ୭

ବାଇବଲ ଆମ ସମୟ ବିଷୟରେ କʼଣ କହେ ?

ବାଇବଲ ଆମ ସମୟ ବିଷୟରେ କʼଣ କହେ ?

“ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, . . . ଏହିସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।”

ମାଥିଉ ୨୪:୭, ୮

“ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ, ପୁଣି ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ ।”

ମାଥିଉ ୨୪:୧୧, ୧୨

“ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହିସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ ।”

ମାର୍କ ୧୩:୭

“ମହା ଭୂମିକମ୍ପ ଓ ସ୍ଥାନେ ସ୍ଥାନେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହା ଲକ୍ଷଣ ଦେଖାଯିବ ।”

ଲୂକ ୨୧:୧୧

‘ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ; କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ, ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ୱରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ; ସେମାନେ ଭକ୍ତିର ଭେଖ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି ।’

୨ ତୀମଥି ୩:୧-୫