इस जानकारी को छोड़ दें

ସିଧାସଳଖ ବିଷୟ ସୂଚୀକୁ ଯାଆନ୍ତୁ

ପ୍ରଶ୍ନ ୧୧

ଜଣେ ମରିଗଲା ପରେ ତାʼର କʼଣ ହୁଏ ?

ଜଣେ ମରିଗଲା ପରେ ତାʼର କʼଣ ହୁଏ ?

“ତାହାର ନିଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଙ୍କଳ୍ପସବୁ ନଷ୍ଟ ହୁଏ ।”

ଗୀତସଂହିତା ୧୪୬:୪

“ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ . . . ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ ।”

ଉପଦେଶକ ୯:୫, ୧୦

“[ଯୀଶୁ] ଆହୁରି କହିଲେ, ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାଙ୍କୁ ନିଦ୍ରାରୁ ଉଠେଇବା ନିମନ୍ତେ ମୁଁ ଯାଉଅଛି । ଯୀଶୁ ତାଙ୍କର ମୃତ୍ୟୁ ବିଷୟରେ କହିଥିଲେ, କିନ୍ତୁ ସେ ନିଦ୍ରାରେ ଶୋଇପଡ଼ିବା ବିଷୟରେ କହିଲେ ବୋଲି ସେମାନେ ମନେ କଲେ । ଅତଏବ, ଯୀଶୁ ସେତେବେଳେ ସେମାନଙ୍କୁ ସ୍ପଷ୍ଟରୂପେ କହିଲେ, ଲାଜାର ମରିଯାଇଛନ୍ତି ।”

ଯୋହନ ୧୧:୧୧, ୧୩, ୧୪